ଶୋକ ପ୍ରସ୍ତାବ ପରେ ଗୃହ ଅପରାହ୍ନ ୩ଟା ଯାଏଁ ମୁଲତବୀ

ଭୁବନେଶ୍ଵର : କରୋନା କଟକଣା ଭିତରେ ଆଜି ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ନବୀନ ନିବାସରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗତ କରିଥିଲେ ଶୋକ ପ୍ରସ୍ତାବ। ପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ।

ମଙ୍ଗଳବାର ଅଧିବେଶନ ଆରମ୍ଭରୁ ଦିବଙ୍ଗତ ନେତା, କୋଭିଡ ଯୋଦ୍ଧା ଓ ଦେଶ ପାଇଁ ସହିଦ ହୋଇଥିବା ସେନା ଅଧିକାରୀଙ୍କ ଉଦ୍ଦେଶ୍ୟରେ ଭିଡ଼ିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ନବୀନ ନିବାସରୁ ଶୋକ ପ୍ରସ୍ତାବ ଆଗତ କରିଥିଲେ। ସେହିଭଳି ଅନ୍ୟ କିଛି ବରିଷ୍ଠ ବିଧାୟକ ଲୋକସେବା ଭବନରୁ ଭିଡ଼ିଓ କନଫରେନ୍ସିଂରେ ଉପସ୍ଥିତ ଥିବାବେଳେ ଆଉ କିଛି ବିଧାୟକ ଜିଲ୍ଲା ପ୍ରଶାସନର ମୁଖ୍ୟ କାର୍ଯ୍ୟାଳୟରୁ ଯୋଗ ଦେଇଥିଲେ।

ମତାମତ ଦିଅନ୍ତୁ ।