Breaking Newsରାଜ୍ୟ

ସୋମବାର ୧୧ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି। ସେଥିପାଇଁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, ରାୟଗଡ଼ା, ବଲାଙ୍ଗୀର, ବରଗଡ଼, ଅନୁଗୁଳ ଓ ନୂଆପଡ଼ା ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା କାଲିଠାରୁ ୧୧ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ରାୟଗଡ଼ା, ବଲାଙ୍ଗୀର, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୧ରୁ ୧୨ ତାରିଖ ମଧ୍ୟରେ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି।

୧୨ରୁ ୧୩ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ। ୧୩ରୁ ୧୪ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ ଦେବଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭବାନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।

Back to top button