ସୋମବାର ‘ଭାରତ ବନ୍ଦ’

ଭୁବନେଶ୍ୱର : ଭାରତୀୟ କୃଷକ ମୋର୍ଚ୍ଚା ପକ୍ଷରୁ ସୋମବାର ୧୦ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡ଼ିଶାରେ ଏହାକୁ କଂଗ୍ରେସ, ବାମ ଦଳ ସମେତ ବିଭିନ୍ନ ରାଜନୈତିକ ଦଳ, କୃଷକ ସଂଗଠନ, ସାମାଜିକ ସଂଗଠନ ସମର୍ଥନ ଦେଇଇଛନ୍ତି।

ସୋମବାର ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନହୁଏ ସେଥିଲାଗି ସାରା ରାଜ୍ୟରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରିବାକୁ ନିଷ୍ପତ୍ତି ହୋଇଛି। ବନ୍ଦ ସମୟରେ ଦେଶର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ, ଦୋକାନ ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଶିଳ୍ପାନୁଷ୍ଠାନ ଆଦି ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିବାରୁ ଓଡ଼ିଶାରେ ଏସବୁ ପ୍ରତିଷ୍ଠାନ ବନ୍ଦ ରହିବ ବୋଲି ବିଭିନ୍ନ ସଂଗଠନ ପକ୍ଷରୁ କୁହାଯାଇଛି। ବସ୍‌ ଚଳାଚଳ ମଧ୍ୟ ବନ୍ଦ। ତେବେ ଅତ୍ୟାବଶ୍ୟକ ସେବା ବନ୍ଦ ପାଳନରୁ ବାଦ ପଡ଼ିବେ ସଂଗଠନମାନଙ୍କ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷରେ ଲୋକସେବା ଭବନ, ରାଜୀବ ଭବନ ଓ ଖାରବେଳ ଭବନର କର୍ମଚାରୀମାନଙ୍କୁ ପୂର୍ବାହ୍ନ ୯ଟା ୩୦ ସୁଦ୍ଧା‌ କାର୍ଯ୍ୟାଳୟରେ ପହଞ୍ଚିବାକୁ କୁହାଯାଇଛି। ଲୋକସେବା ଭବନର ମୁଖ୍ୟ ଫାଟକ ପୂର୍ବାହ୍ନ ୧୦ଟା ୧୫ରେ ବନ୍ଦ କରାଯିବ। ଏହାପରେ ପଛ ଗେଟ୍‌ ଦେଇ କର୍ମଚାରୀ ଓ ପାସ୍‌ ପାଇଥିବା ଲୋକମାନେ ଯାତାୟତ କରିପାରିବେ ବୋଲି କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button