ସୋମବାର ପର୍ଯ୍ୟନ୍ତ କାଳବୈଶାଖୀ

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ପାଣିପାଗ ବିଭାଗ ଏହି ସୂଚନା ଦେଇଛି। ସେଥିପାଇଁ ୧୯ ଜିଲ୍ଲା ଯଥା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର ଓ ଭଦ୍ରକକୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଶୁକ୍ରବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମଧରଣର ବର୍ଷା ସହିତ କାଳବୈଶାଖୀର ଆଶଙ୍କା ରହିଛି। ସେଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶନିବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା କିମ୍ୱା କାଳବୈଶାଖୀ ହୋଇପାରେ ବୋଲି କୁହାଯାଇଛି।

ରବିବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା କିମ୍ୱା କାଳବୈଶାଖୀର ଆଶଙ୍କା ରହିଛି। ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା କିମ୍ୱା କାଳବୈଶାଖୀର ହୋଇପାରେ। ସେଥିପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button