ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପରିଚାଳନା କମିଟିର ସରକାରଙ୍କୁ ସୁପାରିସ

ପୁରୀ : ୨୦୨୪ ରଥଯାତ୍ରା ସମୟରେ ଶ୍ରୀଜିଉଙ୍କ ରତ୍ନଭଣ୍ଡାର ଖୋଲିବ। ଏହା ପୂର୍ବରୁ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ଯାଞ୍ଚ କରାଯିବ। ଯାଞ୍ଚ ପାଇଁ ଗଠନ ହେବ ବୈଷୟିକ କମିଟି। ଲେଜର ସ୍କାନିଂ ଦ୍ୱାରା ଯାଞ୍ଚ କରାଯିବ। ଏଥିସହ ବ୍ୟବହାର ହେବ ଅତ୍ୟାଧୁନିକ ଜ୍ଞାନକୌଶଳ। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଆଜି ଏନେଇ ସୁପାରିସ କରାଯାଇଛି ବୋଲି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।

ଶ୍ରୀ ବର୍ମା କହିଛନ୍ତି ରତ୍ନଭଣ୍ଡାର ଯାଞ୍ଚ ବେଳେ ପରିଚାଳନା କମିଟି ସଦସ୍ୟ ଓ ଏଏସଆଇ ସଦସ୍ୟ ଉପସ୍ଥିତ ରହିବେ। ଏହି କମିଟିରେ ଅବସରପ୍ରାପ୍ତ ବିଚାରପତି ସଦସ୍ୟ ରହିବେ। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏକ ଉଚ୍ଚସ୍ତରୀୟ କମିଟି ଗଠନ ହେବ। କମିଟି ଜରିଆରେ ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ ଅନୁମତି ମଗାଯିବ। ଅନୁମତି ମିଳିଲେ ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ସମସ୍ୟା ରହିବ ନାହିଁ।

Leave a Reply

Your email address will not be published. Required fields are marked *

Back to top button