ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ପାଇଁ ହାଇକୋର୍ଟରେ ମାମଲା

କଟକ : କେନ୍ଦ୍ରାପଡ଼ା ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ପାଇଁ ୫ ଜଣ ସେବାୟତଙ୍କ ପକ୍ଷରୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର ହୋଇଛି। କୋଭିଡ୍‌ କଟକଣା ଭିତରେ ସେବାୟତଙ୍କୁ ନେଇ ରଥଯାତ୍ରା କରିବା ପାଇଁ ଅନୁମତି ଦେବାକୁ ଏହ ସେବାୟତମାନେ ପ୍ରାର୍ଥନା କରିଛନ୍ତି।

କୋଭିଡ୍‌ ସ୍ଥିତିକୁ ଦେଖି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ଶ୍ରୀକ୍ଷେତ୍ର ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହେବନି। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ କେନ୍ଦ୍ରାପଡ଼ା ବଳଦେବଜୀଉଙ୍କ ସେବାୟତ ଓ ସ୍ଥାନୀୟ ଲୋକ ବିରୋଧ କରିଥିବା ବେଳେ ତୁଳସୀକ୍ଷେତ୍ରରେ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ କୋଭିଡ୍‌ କଟକଣାରେ ଗଡାଇବାକୁ ଅନୁମତି ଦେବା ପାଇଁ ଦାବି କରିଛନ୍ତି।

ସମ୍ବନ୍ଧିତ ଖବର
between image and heading

Comments are closed.