ଶ୍ରୀମନ୍ଦିରରେ ରକ୍ତଛିଟା ପାଇଁ ଶ୍ରୀଜିଉଙ୍କ ମହାସ୍ନାନ

ପୁରୀ : ଶ୍ରୀମନ୍ଦିରରେ ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ଶ୍ରୀଜିଉଙ୍କର ମହାସ୍ନାନ ହୋଇଥିବା ସୂଚନା ମିଳିଛି।

ଖବର ଅନୁଯାୟୀ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥା କଟାକଟି ଓ ଥଟ୍ଟା ମଜାକୁ ନେଇ ଗଣ୍ଡଗୋଳ ହୋଇଥିଲା। ପରେ ମାରପିଟ୍ ହେବାରୁ ମନୋଜଙ୍କ ମୁଣ୍ଡ ଫାଟିଯାଇ ଭିତରକାଠ ସମ୍ମୁଖରେ ରକ୍ତ ଛିଟା ପଡ଼ିଥିଲା। ଆଜି ମଧ୍ୟାହ୍ନ ଧୂପ ପରେ ଏହି ଘଟଣା ଘଟିଛି। ଆହତ ମନୋଜଙ୍କୁ ପୁରୀ ବଡ଼ ଡାକ୍ତରଖାନାରେ ଚିକିତ୍ସା କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button