ଶ୍ରୀମନ୍ଦିରରେ ଅପରାହ୍ନ ୪ରୁ ରାତି ୮ଟା ସାଧାରଣ ଦର୍ଶନ ବନ୍ଦ

0

ପୁରୀ : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୁପ ପରେ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭ ଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳାରଙ୍ଗରେ ଚମକିବ ମହାପ୍ରଭୁଙ୍କ ଶ୍ରୀମୁଖ। ଏହା ଗୁପ୍ତ ସେବା ଓ ପ୍ରାୟ ୪ ଘଣ୍ଟା ନୀତି ଚାଲିବ। ତେଣୁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଜଣାପଡିଛି।

Leave A Reply

Your email address will not be published.