ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଭୁବନେଶ୍ଵର : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଏହି ଗୁପ୍ତ ସେବା ପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ କରିପାରିବେନି ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଖାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓକଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ମତାମତ ଦିଅନ୍ତୁ ।