April 3, 2020

ଏପ୍ରିଲ୍ ୧୫ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ବନ୍ଦ

ଭୁବନେଶ୍ଵର : କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ୨୧ଦିନିଆ ଲକଡାଉନ ଘୋଷଣା ଯୋଗୁଁ ଆଜି ଠାରୁ ଓଡ଼ିଶା ହାଇକୋର୍ଟ ଏପ୍ରିଲ୍ ୧୫ ତାରିଖ ଯାଏଁ ବନ୍ଦ ରହିବ। ବୁଧବାର ଏନେଇ ଓଡ଼ିଶା ହାଇକୋର୍ଟ ପକ୍ଷରୁ ଜାରି ଏକ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ କୁହାଯାଇଛି ଯେ କୋଭିଡ୍-୧୯ଜନିତ ଆସନ୍ନ ବିପତ୍ତି ଓ ୨୧ ଦିନ ପାଇଁ ସମଗ୍ର ଦେଶକୁ ଲକଡାଉନ କରିବା ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଚାର କରି ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟକୁ ୨୦୨୦ ମାର୍ଚ ୨୬ ରୁ ୨୦୨୦ ଏପ୍ରିଲ୍ ୧୫ ତାରିଖ ଯାଏଁ ବନ୍ଦ ରଖିବାକୁ ସ୍ଥିର କରାଯାଇଛି। କିନ୍ତୁ ୨୦୨୦ ଏପ୍ରିଲ୍ ୧୫ ତାରିଖ ଯାଏଁ ଅଟକାଇ ନ ରଖାଯାଇ ପାରିବା ଭଳି ମାମଲାଗୁଡ଼ିକୁ ଜରୁରୀଭିତ୍ତିରେ ଶୁଣାଣି କରାଯିବ। ଏହି ଜରୁରୀ ମାମଲାଗୁଡ଼ିକୁ ଦିନ ୧୧ଟାରୁ ମଧ୍ୟାହ୍ନ ୧୨ଟ ମଧ୍ୟରେ ହାଇକୋର୍ଟ ଅଫିସ୍ ଇ-ମେଲ୍ drj.od-hc@gov.in ଜରିଆରେ ଡେପୁଟି ରେଜିଷ୍ଟାରଙ୍କ (ଜୁଡିସିଆଲ୍) ନିକଟରେ ଆଗତ କରିବାକୁ ପଡ଼ିବ।

Leave a Reply

Your email address will not be published. Required fields are marked *