ଭୁବନେଶ୍ୱରରେ ଆଉ ୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ଓଡ଼ିଶାରେ ଆଉ ୩ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ଲୋକମାନେ ଭୁବନେଶ୍ୱରର ବମିଖାଲ ଅଞ୍ଚଳର। ୩ ଜଣଙ୍କ ମଧ୍ୟରୁ ଜଣେ ଦିଲ୍ଲୀରୁ ଫେରିଥିବା ଜଣାପଡ଼ିଛି। ଆକ୍ରାନ୍ତ ସମ୍ପର୍କରେ ୩ ଭାଇ ବୋଲି ସୂଚନା ମିଳିଛି। ଏହାକୁ ମିଶାଇଲେ ରାଜ୍ୟର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ରେ ପହଞ୍ଚିଛି। ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ହୋଇଥିବାବେଳେ ସେଥିରୁ ୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୭ ଜଣ ଚିକିତ୍ସାଧୀନ ଅଛନ୍ତି।

ମତାମତ ଦିଅନ୍ତୁ ।