ସାମାଜିକ ଦୂରତ୍ୱ ନ ମାନିଲେ ଶୂନ୍ୟ ସହିଷ୍ଣୁତା ନୀତି ଗ୍ରହଣ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହାମାରୀ କରୋନା ମୁକାବିଲା ପାଇଁ ସାମାଜିକ ଦୂରତ୍ୱକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏହାକୁ  ଉଲ୍ଲଂଘନ କଲେ ଶୂନ୍ୟ ସହିଷ୍ଣୁତା ନୀତି ଗ୍ରହଣ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଥିବା ବେଳେ କରୋନା ବିରୋଧୀ ଲଢ଼େଇରେ ସହଯୋଗ କରିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ ରେ ଆହୁରି ଲେଖାଯାଇଛି ସାମାଜିକ ଦୂରତ୍ୱ ଉଲ୍ଲଙ୍ଘନକୁ ଏକ ଅପରାଧିକ କାର୍ଯ୍ୟ ଭାବେ ଗ୍ରହଣ କରାଯିବ। ଏହି ନିୟମ ନ ମାନିଲେ ସଂପୃକ୍ତ ଦୋକାନ ଓ ବଜାରକୁ ସିଲ୍ କରିଦିଆଯିବ। ଏହାସହ କରୋନା ବିରୋଧୀ ଲଢ଼େଇ ରେ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।ସେହିପରି ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି ମୁଖ୍ୟମନ୍ତ୍ରୀ କରୋନା ସ୍ଥିତିର ମନିଟରିଂ କରୁଛନ୍ତି। ସଂକ୍ରମିତ ଅଞ୍ଚଳରେ ଜରୁରୀ ସାମଗ୍ରୀ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିବା ବେଳେ ଘର ଘର ବୁଲି ସର୍ଭେ କରୁଥିବା ଡାକ୍ତରଙ୍କ ସୁରକ୍ଷା କର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମତାମତ ଦିଅନ୍ତୁ ।