ସୁସ୍ଥ ହେଲେ ୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ଦେଇଥିବା ସୂଚନା ଅନୁଯାୟୀ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଞ୍ଜାମରୁ ୪୧, ବାଲେଶ୍ୱରରୁ ୧୫, ରାଉରକେଲାରୁ ୨ ଓ ଭଦ୍ରକ, ମୟୂରଭଞ୍ଜ, ଯାଜପୁର ଓ ମହାରାଷ୍ଟ୍ରର (ଅନ୍ୟ ରାଜ୍ୟ) ଜଣେ ଲେଖାଁଏଁ ରହିଛନ୍ତି। ସମସ୍ତଙ୍କୁ ଡିସ୍‌ଚାର୍ଜ କରିଦିଆଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ମତାମତ ଦିଅନ୍ତୁ ।