୫ ଯାଏ ବର୍ଷା, ୯ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପପ୍ରଭାବରେ ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଭାରତୀୟ ପାଣିପାଗ ବିଭାଗ କହିଛି ଯେ ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼, ବିଦର୍ଭରେ ୪ରୁ ୫ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେପ୍ଟେମ୍ବର ୧ରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ତେଣୁ ୧ରୁ ୩ ତାରିଖ ପର୍ଯ୍ୟନ୍ତ ପ୍ରସ୍ତୁତ ରହିବାକୁ କୁହାଯାଇଥିବା ବେଳେ ଓଡ଼ିଶା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।