୧୪ ଜିଲ୍ଲାରେ ବଜ୍ରପାତ ଓ ୩ଟି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବଜ୍ରପାତ ଓ ୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି। ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି। ସେହିପରି କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।

ଏହାବ୍ୟତୀତ ୧୮ରୁ ୧୯ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ବଜ୍ରପାତ ଆଶଙ୍କା ରହିଛି। ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହିତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ମତାମତ ଦିଅନ୍ତୁ ।