ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାକୁ ମନା କରିଦେଇଛନ୍ତି। ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ ରାୟରେ କହିଛନ୍ତି ସମଲିଙ୍ଗୀ ବିବାହ ଏକ ମୌଳିକ ଅଧିକାର ନୁହେଁ। ଆଇନରେ ପରିବର୍ତ୍ତନ ଆଣିବା ସଂସଦଙ୍କ ଅଧିକାର ପରିସରରେ ଆସୁଛି। ବିବାହକୁ ନେଇ ଆଇନ ପରିବର୍ତ୍ତନ କରିବା କୋର୍ଟଙ୍କ ଅଧିକାରଭୁକ୍ତ ନାହିଁ।

ଖବର ଅନୁଯାୟୀ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି ୟାଇ ଚନ୍ଦ୍ରଚୁଡ ସମଲିଙ୍ଗୀ ବିବାହକୁ ନା କହିଥିବା ବେଳେ ସିମଲିଙ୍ଗୀ ଯୋଡିକୁ ପୋଷ୍ୟ ସନ୍ତାନ ଗ୍ରହଣ କରିବାକୁ ଅନୁମତି ଦେଇଛନ୍ତି। ଆଉ କହିଛନ୍ତି ସମଲିଙ୍ଗୀ ବିବାହ ଚିନ୍ତାଧାରା କେବଳ ସହରରେ ସୀମିତ ନାହିଁ। ଗାଁରେ ଚାଷ କାମ କରୁଥିବା ମହିଳା ମଧ୍ୟ ସମଲିଙ୍ଗୀ ବିବାହକୁ ଅନୁମତି ଦେବାକୁ ଦାବି କରୁଛନ୍ତି। ତେଣୁ ସମଲିଙ୍ଗୀ ସମ୍ପର୍କ ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ସିଜେଆଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସର୍ବୋଚ୍ଚ ନ୍ୟାୟଳୟ କହିଛନ୍ତି ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବା ପ୍ରସଙ୍ଗରେ ୪ଟି ନିଷ୍କର୍ସ ରହିଛି। ଏଥିରେ କିଛି ଅନୁମତି ଦେବା ସପକ୍ଷରେ ରହିଥିବା ବେଳେ ଆଉ କିଛି ବପକ୍ଷରେ ରହିଛି। ଜୀବନସାଥୀ ବାଛିବାରେ ସମସ୍ତଙ୍କ ଅଧିକାର ରହିଛି। କୁଇର୍ ବର୍ଗଙ୍କୁ ଲିଙ୍ଗଗତ କାରଣରୁ ଅଧିକାରରୁ ବଞ୍ଚିତ କିମ୍ବା କୌଣସି ବ୍ୟକ୍ତିକୁ ହରମୋନ ଥେରାପି ପାଇଁ ବାଧ୍ୟ କରାଯାଇ ପାରିବନି। ତେଣୁ କେନ୍ଦ୍ର ସରକାର ଏଥିପାଇଁ ଶୀଘ୍ର କମିଟି ଗଠନ କରନ୍ତୁ।

ସୂଚନାଯୋଗ୍ୟ ସାମ୍ବିଧାନିକ ବେଞ୍ଚ ଗତ ଏପ୍ରିଲ ୧୧ ତାରିଖରେ ଏହା ଉପରେ ହୋଇଥିବା ଆବେଦନର ଶୁଣାଣି ଆରମ୍ଭ କରି ମେ ୧୧ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ। ସୁପ୍ରିମକୋର୍ଟ ଏନେଇ ଆଗତ ପ୍ରାୟ ୨୧ ଟି ପିଟିସନର ଏକାଠି ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *

Back to top button