Breaking Newsରାଜ୍ୟ

ସୁସ୍ଥ ହେଲେ ୧୪୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ୧୪୦୯ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସୁସ୍ଥ ହୋଇଥିବା ସଂଖ୍ୟା ୨୪୪୮୨କୁ ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ତଥ୍ୟ ଅନୁଯାୟୀ ଗଞ୍ଜାମରୁ ସର୍ବାଧିକ ୨୫୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୧୮, ରାୟଗଡାରୁ ୧୨୮, ସୁନ୍ଦରଗଡରୁ ୧୨୨, ପୁରୀରୁ ୧୨୧ ଓ ଗଜପତିରୁ ୧୨୦ ,କୋରାପୁଟରୁ ୮୪, କଟକରୁ ୬୮, ବାଲେଶ୍ୱରରୁ ୫୮, ନବରଙ୍ଗପୁରରୁ ୩୪, କନ୍ଧମାଳରୁ ୩୦, ଯାଜପୁରରୁ ୨୫, ମାଲକାନଗିରିରୁ ୨୪, କେନ୍ଦୁଝରରୁ ୧୯, ବଲାଙ୍ଗୀରରୁ ୧୬, କେନ୍ଦ୍ରାପଡା ଓ ବରଗଡ଼ରୁ ୧୨ , ଝାରସୁଗୁଡାରୁ ୧୧, ନୟାଗଡ଼ରୁ ୧୦ , ବୌଦ୍ଧରୁ ୯ ଓ ନୂଆପଡାରୁ ୮ ଜଣ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।

Back to top button