ସୁସ୍ଥ ହେଲେ ୩୪୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୩୪୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୨୦୩୮୮ରେ ପହଁଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ସୂଚନା ଦେଇଛି।

ଶୁକ୍ରବାର ତଥ୍ୟ ଅନୁଯାୟୀ ଖୋର୍ଦ୍ଧାରୁ ସର୍ବାଧିକ ୬୦୨ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୩୭୪ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୨୮୯, ବାଲେଶ୍ୱର ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁର ୧୩୦, କେନ୍ଦୁରଝରରୁ ୧୧୬, ବରଗଡରୁ ୧୦୭, ଯାଜପୁରରୁ ୧୦୬, କେନ୍ଦ୍ରାପଡାରୁ ୯୮, ଭଦ୍ରକରୁ ୯୨, ଜଗତସିଂହପୁରରୁ ୯୦, ଝାରସୁଗୁଡାରୁ ୮୬, ଅନୁଗୋଳରୁ ୮୩, ନୂଆପଡାରୁ ୭୭, ନୟାଗଡରୁ ୭୪, କଳାହାଣ୍ଡିରୁ ୭୨, କନ୍ଧମାଳରୁ ୭୧, ବଲାଙ୍ଗୀରରୁ ୭୦, ଢେଙ୍କାନାଳରୁ ୭୦, ସୁନ୍ଦରଗଡରୁ ୬୬, କୋରାପୁଟରୁ ୫୨, ନବରଙ୍ଗପୁରରୁ ୫୦, ଗଞ୍ଜାମରୁ ୪୮, ସୋନପୁରରୁ ୪୮, ମାଲକାନଗିରିରୁ ୩୮, ବୌଦ୍ଧରୁ ୨୨, ଗଜପତିରୁ ୧୮, ଦେବଗଡରୁ ୧୧ ଓ ରାୟଗଡାରୁ ୨ ଜଣ ଜଣ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।