ସୁସ୍ଥହେଲେ ୬୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଧିଚାଲିଥିବା ବେଳେ ଆଜି ୬୦୮ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୧୯୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

ଶନିବାର ମିଳିଥିବା ତଥ୍ୟ ଅନୁଯାୟୀ ଗଞ୍ଜାମ ଜିଲ୍ଲାରୁ ୨୭୯ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩, ମାଲକାନଗିରିରୁ ୨୧, ପୁରୀରୁ ୧୫, ସୁନ୍ଦରଗଡ଼ରୁ ୧୫, ମୟୂରଭଞ୍ଜରୁ ୧୨, ବରଗଡ଼ରୁ ୧୧, କୋରାପୁଟରୁ ୯, କନ୍ଧମାଳ ୮, ଜଗତସିଂହପୁର ୭, ଅନୁଗୋରୁ ୬, ବାଲେଶ୍ୱରରୁ ୬, ନବରଙ୍ଗପୁରରୁ ୬, ଭଦ୍ରକରୁ ୫, ଗଜପତିରୁ ୩, କେନ୍ଦ୍ରାପଡ଼ାରୁ ୨, ସମ୍ୱଲପୁରରୁ ୨ ଓ ଢେଙ୍କାନାଳରୁ ଜଣେ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।