Breaking Newsରାଜ୍ୟ

ସୁସ୍ଥହେଲେ ୬୮୭ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ରାଜ୍ୟରେ ଆଜି ୬୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧୮ ହଜାର ୬୦ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମଙ୍ଗଳବାର ତଥ୍ୟ ଅନୁଯାୟୀ ଗଞ୍ଜାମରୁ ୩୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡରୁ ୩୫, ଝାରସୁଗୁଡାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮, କୋରାପୁଟରୁ ୧୭, କନ୍ଧମାଳରୁ ୧୬, କେନ୍ଦୁଝରରୁ ୧୪ ଓ ବରଗଡରୁ ୧୨ ଜଣ ସୁସ୍ଥ ହୋଇଛନ୍ତି। ଏହାଛଡା ବାଲେଶ୍ଵର, କେନ୍ଦ୍ରାପଡା ଓ ସମ୍ବଲପୁରରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ରାୟଗଡାରୁ ୧୦, ଅନୁଗୁଳରୁ ୫, ନବରଙ୍ଗପୁରରୁ ୩, କଳାହାଣ୍ଡିରୁ ୨ ଏବଂ ବଲାଙ୍ଗିର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।

Back to top button