ସୁସ୍ଥହେଲେ ୫୦୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ପଜିଟିଭଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଆଜି ୫୦୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ମୋଟ ୯୨୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ଏହି ସୂଚନା ଦେଇଛି।

ସୋମବାର ମିଳିଥିବା ତଥ୍ୟ ଅନୁଯାୟୀ ଗଞ୍ଜାମ ଜିଲ୍ଲାରୁ ୨୪୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀରୁ ୧୧, ଗଜପତିରୁ ୧୦, ନବରଙ୍ଗପୁରରୁ ୯, ଯାଜପୁରରୁ ୮, ନୟାଗଡ଼ରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୬, ଢେଙ୍କାନାଳରୁ ୬, ଅନୁଗୋଳରୁ ୫; କନ୍ଧମାଳ, କେନ୍ଦ୍ରାପଡ଼ା ଓ କୋରାପୁଟରୁ ୪ ଜଣ ଲେଖାଏଁ; ବରଗଡ଼ରୁ ୩, କେନ୍ଦୁଝରରୁ ୨, ଝାରସୁଗୁଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ଜଣାପଡିଛି।

ମତାମତ ଦିଅନ୍ତୁ ।