ଭୁବନେଶ୍ୱର : ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି। ବିଭାଗର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ପରେ ଅନ୍ୟମାନଙ୍କର ପରୀକ୍ଷା ହୋଇଥିଲା। ଆଜି ୧୦ ଜଣଙ୍କ ରିପୋର୍ଟ ଆସିବା ପରେ ସେମାନଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
2020-08-06